ବୌଦ୍ଧ, ( ଚିତ୍ତରଞ୍ଜନ ସିଂହ )
ବୌଦ୍ଧ ସିଡିଏମ୍ଓଙ୍କ କାର୍ଯ୍ୟାଳୟ ଠାରେ ଗୁରୁବାର ଦିନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସ୍ୱାସ୍ଥ୍ୟ ବିଭାଗର ୪ ଟି ନୂତନ ୧୦୮ ଆମ୍ବୁଲାନ୍ସସର ଲୋକାର୍ପଣ କରିଛନ୍ତି । ଜିଲା ମୁଖ୍ୟ ଚିକିତ୍ସା ଅଧକାରୀ ଡାକ୍ତର ଜୟକୃଷ୍ନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ, ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ ଯୋଗଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗର ୪ ଟି ନୂତନ ୧୦୮ ଆମ୍ବୁଲାନ୍ସସର ଲୋକାର୍ପଣ କରି ଜିଲାର ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ର ପରିଚାଳନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂ ଙ୍କ ସମତେ ସ୍ୱାସ୍ଥ୍ୟ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହିଥିଲେ ।
ସିଡିଏମ୍ଓଙ୍କ କାର୍ଯ୍ୟାଳୟ ଠାରେ ଜିଲା ସ୍ୱାସ୍ଥ୍ୟ ବିଭାଗର ୪ ଟି ୧୦୮ ଆମ୍ବୁଲାନ୍ସସର ଲୋକାପର୍ପଣ କଲେ ମନ୍ତ୍ରୀ l

More Stories
ବେଗୁନିଆପଡା ରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ l
ବେଗୁନିଆପଡା ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ ସମେତ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l
ବିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର